ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ ଗ୍ରାଣ୍ଡ୍ ଫିନାଲେରେ ଜ୍ୟୋତିର୍ମୟୀ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର) : ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ଗ୍ରାଣ୍ଡ୍ ଫିନାଲେରେ ପହଞ୍ଚିଛନ୍ତି ସୁମଧୁର କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ । ଏହା ଓଡ଼ିଶାର ସଙ୍ଗୀତ ଦୁନିଆ ପାଇଁ ଗର୍ବର ମୁହୂର୍ତ୍ତ ।

      ସାମାଜିକ ଗଣମାଧ୍ଯମରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ‘ଜାତୀୟସ୍ତରର ପ୍ରତିଷ୍ଠିତ ସଙ୍ଗୀତ ମହାମଞ୍ଚ ଇଣ୍ଡିଆନ୍ ଆଇଡଲ୍  ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଓଡ଼ିଶାର ସୁଯୋଗ୍ୟା କନ୍ୟା ଜ୍ୟୋତିର୍ମୟୀ ନାୟକ ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି । ନିଜ ସୁମଧୁର କଣ୍ଠସ୍ୱର ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତି ପାରିଛନ୍ତି । ଜ୍ୟୋତିର୍ମୟୀଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଓ ଆଶୀର୍ବାଦ ଜଣାଉଛି’ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।

      ଜ୍ୟୋତିର୍ମୟୀ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ସମସ୍ତ ଶ୍ରୋତା ଓ ଓଡ଼ିଶାବାସୀଙ୍କ ଭଲ ପାଇବା ପାଇଁ ଫାଇନାଲ୍‌ରେ ପହଞ୍ଚିଛି । ଏବେ ସେହି ଫାଇନାଲ୍ ପାଇଁ ଅଧିକରୁ ଅଧିକ ଭୋଟ୍ ଆବଶ୍ୟକତା ରହିଛି । ତେଣୁ ସେହି ଭଲପାଇବା ସହ ଭୋଟ୍ ଦେବା ପାଇଁ ଜ୍ୟୋତିର୍ମୟୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଏଥି ସହିତ ଆଜି ତାଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *