କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ରାଜ୍ୟ ସରକାର ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗର ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେକ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। ଅଦଳବଦଳ ଅନୁଯାୟୀ, ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି। ଏଥିସହ ସେ ସଂସଦୀୟ ବ୍ୟାପାର ବିଭାଗ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ମାଇନିଂ କର୍ପୋରେସନ୍ (OMC)ର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଖଣିଜ କ୍ଷେତ୍ରରେ OMCର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଏହି ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପକ୍ଷରେ ଡା. ବୃନ୍ଦା ଡି ଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD)ର କମିଶନର ତଥା ଶାସନ ସଚିବ ଦାୟିତ୍ୱ ଦିଆଯାଇଛି।
ଆଇଏଏସସ୍ତରରେ ଅଦଳବଦଳ
