ପରିବେଶବିତ୍ ରମେଶ ମିଶ୍ର ସମ୍ବର୍ଦ୍ଧିତ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦୁଝରର ବୃକ୍ଷ ମଣିଷ ଭାବେ ପରିଚିତ ପରିବେଶବିତ୍ ରମେଶ ମିଶ୍ରଙ୍କୁ କୋଲକାତାରେ ସମ୍ମାନିତ କରାଯାଇଛି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ସରକାର୍ଯ୍ୟବାହ ଦତ୍ତାତ୍ରେୟ ହୋସବୋଲେ ଶ୍ରୀ ମିଶ୍ରଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ୱର୍ଦ୍ଧିତ କରିଛନ୍ତି ।
ପରିବେଶ ସୁରକ୍ଷା ଓ ସଂରକ୍ଷଣ କ୍ଷେତ୍ରରେ ଶ୍ରୀ ମିଶ୍ରଙ୍କ ଅବଦାନକୁ ସ୍ୱୀକୃତି ଦେଇ ଏହି ସମ୍ମାନ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ । ଏହି ସମ୍ମାନ ପାଇଁ ଶ୍ରୀ ମିଶ୍ରଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନ ଓ ଶୁଭେଚ୍ଛା ଛୁଟିଛି ।

Leave a Reply

Your email address will not be published. Required fields are marked *