କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ସଂସ୍କୃତି ଭବନ ଠାରେ ଆଜି ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଷୋୟୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ସାଂସଦ ଅନନ୍ତ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଶ୍ରମିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ ହୋଇ ଏହାର ସୁଫଳ ନେବାକୁ ଆହ୍ଵାନ ଦେଇଥିଲେ । ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ ନାୟକ ବିଭିନ୍ନ ହିତାଧିକାରୀଙ୍କୁ ସହାୟତା ରାଶି ଚେକ୍ ଆକାରରେ ବଣ୍ଟନ କରିଥିଲେ ।
ପ୍ରଭାଗୀୟ ଶ୍ରମ ଆୟୁକ୍ତ ସୂର୍ଯ୍ୟ ନାରାୟଣ ମାଳୀ ସଭାରେ ଅଧକ୍ଷତା କରି ଏହି ଦିବସ ପାଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମମିତା ନାଏକ ଓ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ସଂଯୋଜକ ବିବେକାନନ୍ଦ ମହାନ୍ତ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜ ନିଜର ଅଭିବ୍ୟକ୍ତି ପ୍ରଦାନ କରିଥିଲେ ।
