କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ଆଜି ଠାରୁ ପଶ୍ଚିମବଙ୍ଗ ଇତିହାସରେ ଯୋଡି ହେଲା ନୂଆ ଅଧ୍ୟାୟ। ବଙ୍ଗ ପାଇଲା ନୂଆ ସିଏମ୍। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ। କୋଲକାତାର ବ୍ରିଗେଡ୍ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନେଲେ ଶୁଭେନ୍ଦୁ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ।
ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ, ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପସ୍ଥିତିରେ ଆଜି ଏକ ଭବ୍ୟ ସମାରୋହରେ ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶୁଭେନ୍ଦୁ ବଙ୍ଗଳାରେ ଶପଥ ଗ୍ରହଣ କରି ତାଙ୍କ ସମର୍ଥକମାନଙ୍କୁ ଖୁସି କରିଛନ୍ତି। ଶୁଭେନ୍ଦୁଙ୍କ ମନ୍ତ୍ରୀମଣ୍ଡଳରେ ସାମିଲ ୫ ଜଣ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ପ୍ରଥମେ ମନ୍ତ୍ରୀ ଭାବେ ଶପଥ ନେଲେ ଦିଲ୍ଲୀପ ଘୋଷ, ଦିଲ୍ଲୀପଙ୍କ ପରେ ଅଗ୍ନିମିତ୍ର ପଲ୍, ଅଶୋକ କିର୍ତ୍ତନିଆ, ଆଦିବାସୀ ନେତା ଖୁଦିରାମ ଟୁଡୁ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ନିଶିଥ ପରମାଣିକ ମଧ୍ୟ ଶପଥ ନେଇଛନ୍ତି।
ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରଥମେ ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ପଶ୍ଚିମବଙ୍ଗ ରାଜନୀତି ଇତିହାସରେ ୯ ମେ’ ୨୦୨୬ ଲିପିବଦ୍ଧ ହୋଇରହିଲା। ସ୍ୱାଧୀନତା ପରେ ପ୍ରଥମଥର ପାଇଁ ରାଜ୍ୟରେ ଭାରତୀୟ ଜନତା ପାର୍ଟି ସରକାର ଗଠନ ହେଲା ଏବଂ ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ।
କୋଲକାତାର ବ୍ରିଗେଡ ଗ୍ରାଉଣ୍ଡରେ ଆୟୋଜିତ ଏହି ଭବ୍ୟ ସମାରୋହରେ ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଖକୁ ଯାଇଥିଲେ ଓ ତାଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଥିଲେ।
