ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହୋଇଛି। ଏହା ୨୦୨୬ ଜାନୁଆରୀ ଆରମ୍ଭରୁ ପିଚ୍ଛିଲା ଭାବରେ ଲାଗୁ ହେବ।

.      ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତମାସ ଦରମାରେ ନଗଦ ଆକାରରେ ମିଳିବ। ଏହାସହ ପେନ୍‌ସନ ଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ୨ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।
ଏହାଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Leave a Reply

Your email address will not be published. Required fields are marked *