ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଜେଲ୍ ଗଲେ ପତ୍ନୀ ବିଦ୍ୟାଭାରତୀ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଜେଲ୍ ଗଲେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା। ଆଗୁଆ ଜାମିନ୍ ଆବେଦନ ଖାରଜ ହେବା ପରେ ସେ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କୁ ପାରଳାଖେମୁଣ୍ଡି ସବ୍‌ଜେଲ୍‌କୁ ପଠାଯାଇଛି। ଏଥିସହ ଏହି ମାମଲାରେ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭ ମଧ୍ୟ ଜେଲ୍‌ରେ ଅଛନ୍ତି।
         ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇ ୧୨ ତାରିଖ ରାତିରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସୌମ୍ୟରଞ୍ଜନ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ତାଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ି ଯାଇଥିଲା। ପରେ କଟକରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟରଞ୍ଜନଙ୍କ ମୃତ୍ୟୁ ପରେ ତାଙ୍କ ବାପା ଅଭିରାମ ମହାପାତ୍ର ଏହାକୁ ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ସେ ନିଜ ବୋହୂ ବିଦ୍ୟାଭାରତୀ ପଣ୍ଡା, ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ।

Leave a Reply

Your email address will not be published. Required fields are marked *