ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପାଇଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ସ୍ଥଗିତ

କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ଏକ ଅସମର୍ଥିତ ସୂତ୍ରରୁ ସୂଚନା ମିଳିଛି। ତେବେ ଏ ସମ୍ପର୍କରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇନାହିଁ। ଆସନ୍ତା ୨୮ ତାରିଖରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର ଥିଲା। ଏହି ଅବସରରେ ସେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ଗସ୍ତ କରିବା କାର୍ଯ୍ୟକ୍ରମ ରହିଥିଲା । କିନ୍ତୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ନେଇ ଆକଳନ କରାଯିବା ପରେ ତାଙ୍କ ଗସ୍ତକୁ ବାତିଲ୍‌ କରାଯାଇଥିବା ସୂଚନା ମିଳିଛି।

     ତେବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତା ନଭେମ୍ବର ୪ କିମ୍ବା ୫ ତାରିଖରେ ଓଡ଼ିଶା ଆସିପାରନ୍ତି ବୋଲି କୁହାଯାଉଛି। ଅନ୍ୟପକ୍ଷରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ଖୋର୍ଦ୍ଧାଠାରେ ଆର୍‌ବିଆଇ ଡାଟା ସେଣ୍ଟର ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *