କେନ୍ଦୁଝର ସାଇନ (ଜ୍ଞାନରଞ୍ଜନ ମିଶ୍ର): ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଅବସରରେ ରାଇରଙ୍ଗପୁର ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଷ୍ଟ୍ରପତିଙ୍କୁ ଜନ୍ମଦିନ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ ମୟୂରଭଞ୍ଜ ଝିଅ ଆଜି ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହୋଇଛନ୍ତି।ରାଷ୍ଟ୍ରପତିଙ୍କ ଗାଁକୁ ଆସି ଶୁଭକାମନା ଜଣାଇବାର ସୁଯୋଗ ମିଳିଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତି ବନାଇଥିବା ସ୍କୁଲ ଯାଇ ପିଲାଙ୍କ ସହ ମିଶିଲେ ପ୍ରଧାନମନ୍ତ୍ରୀ ମୋଦୀ। ମୋଦୀ କହିଛନ୍ତି ଯେ,ପିଲାମାନଙ୍କୁ ପଚାରିବାରୁ ସେମାନେ କହିଲେ ଆଜି ରାଷ୍ଟ୍ରପତି ନୁହେଁ,ସେମାନଙ୍କ ମାଆ ଆସିଥିବା କହିଲେ।
ପାହାଡ଼ପୁରକୁ ‘ସୂର୍ଯ୍ୟଗ୍ରାମ’ ଭାବେ ତିଆରିର ପ୍ରତିଶ୍ରୁତି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ, ଲୋକେ ମାଗଣା ସେବା ପାଇବେ ବୋଲି ମୋଦୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ବରେ ବିକାଶ ଦ୍ରୁତ ଗତିରେ ବଢ଼ୁଛି। ସବୁ କ୍ଷେତ୍ରରେ ଓଡ଼ିଶାର ବିକାଶ ପାଇଁ ପୁଞ୍ଜି ଆସି ଚାଲିଛି ବୋଲି ମୋଦୀ କହିଛନ୍ତି। ଉତ୍କର୍ଷ ଓଡ଼ିଶା ପାଇଁ ୨୦ ଲକ୍ଷ କୋଟିର ପ୍ରତିଶ୍ରୁତି ମିଳିଛି। ଶକ୍ତି କ୍ଷେତ୍ର ପାଇଁ ୬ ହଜାର କୋଟିର ପୁଞ୍ଜି ଆସିଛି।

ଡବଲ ଇଞ୍ଜିନ ସରକାର ଲୋକଙ୍କ ପାଖରେ ପହଞ୍ଚି ପାରିଛି ବୋଲି ମୋଦୀ କହିଛନ୍ତି। ସୁଭଦ୍ରା ଯୋଜନା, ଆୟୁଷ୍ମାନ ଭାରତ ରାଜ୍ୟରେ ଲାଗୁ ହୋଇଛି । ସ୍ବଚ୍ଛ ଭାରତ ଅଭିଯାନରେ ଓଡ଼ିଶା ପ୍ରଶଂସନୀୟ କାର୍ଯ୍ୟ କରୁଛି ଏଥିପାଇଁ ମୁଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବାକୁ ଚାହୁଁଛି । ପିଏମ ଜନମନ ଯୋଜନା ରାଷ୍ଟ୍ରପତିଙ୍କ ପାଇଁ ହିଁ ଆରମ୍ଭ ହୋଇଛି । ଜନଜାତି ଲୋକଙ୍କ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି। ମୟୂରଭଞ୍ଜରେ ଆଉ ଏକ ନବୋଦୟ ବିଦ୍ୟାଳୟ ପାଇଁ ଅନୁମତି ଦେଉଛି ବୋଲି ମୋଦୀ କହିଛନ୍ତି। ଆସନ୍ତାକାଲିର ଯୋଗଦିସରେ ଅଧିକରୁ ଅଧିକ ସାମିଲ ହୁଅନ୍ତୁ ପ୍ରଧାନମନ୍ତ୍ରୀ କହିଛନ୍ତି।
